କଟକ: ସିବିଏସଇ ଢାଞ୍ଚାରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା। ଦେଶର ଦୁଇ ପ୍ରମୁଖ ପରୀକ୍ଷା ପରିଚାଳନା ସଂସ୍ଥା ସିବିଏସଇ ଓ କେନ୍ଦ୍ରୀୟ ବିଦ୍ୟାଳୟର ପରୀକ୍ଷା ପରିଚାଳନା ଟେକନିକ ଅନୁଯାୟୀ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ଓଟିଇଟି ପରୀକ୍ଷାରେ ବିଭ୍ରାଟ ହେବା ପରେ ଏହି ସିବିଏସଇ ଓ କେନ୍ଦ୍ରୀୟ ବିଦ୍ୟାଳୟର ପରୀକ୍ଷା ସଂସ୍ଥାର ଟେକନିକ ଅନୁଧ୍ୟାନ କରାଯାଇଛି। ଆସନ୍ତା ୨୭ ତାରିଖରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା। ଡିଜି ଲକର, ବକ୍ସ, ଟ୍ରଙ୍କରେ ପ୍ରଶ୍ନପତ୍ର ପୁଲିସ ସହାୟତାରେ ଯିବ। ଜିଲ୍ଲାପାଳ, ଏସପି ଓ ଡିଇଓଙ୍କ ସହାୟତାରେ ହେବ ପରୀକ୍ଷା। ୧୯୩ ଟି କେନ୍ଦ୍ରରେ ପରୀକ୍ଷା ହେବ। ସେପ୍ଟେମ୍ବର ୧୭ ତାରିଖରୁ ଆଡ଼ମିଟ କାର୍ଡ ହେବ ଉପଲବ୍ଧ।
