ଭୁବନେଶ୍ବର : ବିଶିଷ୍ଟ କବି ରାଜେନ୍ଦ୍ର କିଶୋର ପଣ୍ଡାଙ୍କ ଦେହାନ୍ତ । ୮୧ ବର୍ଷ ବୟସରେ ଆଖି ବୁଜିଛନ୍ତି ରାଜେନ୍ଦ୍ର କିଶୋର । ୧୯୮୫ରେ କବିତା ଶୈଳକଳ୍ପ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ତାଙ୍କ ବିୟୋଗରେ ସାହିତ୍ୟିକ ମହଲରେ ଶୋକର ଛାୟା ଖେଳିଯାଇଛି । ସୂଚନା ୧୯୪୪ ଜୁନ୍ ୨୪ ତାରିଖରେ ଝାରସୁଗୁଡ଼ା ଜିଲ୍ଲାର ବତଲଗା ଗାଁରେ କବି ରାଜେନ୍ଦ୍ର କିଶୋର ପଣ୍ଡା ଜନ୍ମଗ୍ରହଣ କରିଥିଲେ l ସେ ଆହ୍ଲାବାଦ ବିଶ୍ୱବିଦ୍ୟାଳୟରୁ କଳାରେ ସ୍ନାତକୋତ୍ତର ଡିଗ୍ରି ହାସଲ କରିଥିଲେ l ୧୯୪୭ରେ ଶ୍ରୀ ପଣ୍ଡାଙ୍କର ପ୍ରଥମ କବିତା ସଂଗ୍ରହ ‘ଗୌଣ ଦେବତା’ ପ୍ରକାଶିତ ହୋଇଥିଲା। ତାଙ୍କର ଷୋହଳଟି କବିତା ସଂକଳନ ପ୍ରକାଶ ପାଇଛି l ସେ ଦୁଇଟି ଉପନ୍ୟାସର ବି ରଚୟିତା l ରାଜେନ୍ଦ୍ର କିଶୋର ପଣ୍ଡା ୧୯୬୭ରୁ ୨୦୦୪ ଯାଏ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ ଦାୟିତ୍ବ ନିର୍ବାହ କରିଥିଲେ l ତାଙ୍କ ବିୟୋଗରେ ସାହିତ୍ୟିକ ମହଲରେ ଶୋକର ଛାୟା ଖେଳିଯାଇଛି l
