ଭୁବନେଶ୍ବର, ୮।୧୨ : ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁରଠାରେ ଏକ ଦୁଃଖଦ ଘଟଣାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଏହା ଜାଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛି। ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ ଯେ ଶୁକ୍ରବାର ବିଳମ୍ଵିତ ରାତିରେ ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ବ୍ଲକ ଲାଞ୍ଜିବେର୍ଣ୍ଣା ଫାଣ୍ଡି ଅଞ୍ଚଳର ଜଣେ ନାବାଳିକା ନିଜ ଦେହରେ ନିଆଁ ଲଗାଇ ଆତ୍ମାହୁତି ପାଇଁ ଉଦ୍ୟମ କରିଥିଲେ । ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ପରିବାର ଲୋକ ଉଦ୍ଧାର କରି ରାଉରକେଲା ଆଇଜିଏଚ୍ ବର୍ଣ୍ଣ ୟୁନିଟରେ ଭର୍ତ୍ତି କରିଥିଲେ। ହେଲେ ନାବାଳିକା ଜଣଙ୍କ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି।
