ଭୁବନେଶ୍ଵର : ସରିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ । ଓଡ଼ିଶାରେ ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେଶ ସାମଗ୍ରୀ । ଏହି ପ୍ରସ୍ତାବରେ ବାଜିଲା କ୍ୟାବିନେଟ ବୈଠକରେ। ଶିଳ୍ପ ବିଭାଗର କଲ୍ୟାଣୀ ଗ୍ରୁପ ତରଫରରୁ ଇଣ୍ଡିଗ୍ରେଟେଡ଼ ନ୍ୟୁ ଏଜ ମାନୁଫେକଚର କମ୍ପ୍ଲେକ୍ସ ଢେଙ୍କାନାଳର ଗଜମରାରେ ୧୧ ଶହ ଏକର ଜମିରେ ନିର୍ମାଣ ହେବ । ଯେଉଁଥିରେ ୧୭ ହଜାର ୨୫୦ କୋଟି ଟଙ୍କାର ନିବେଶ ହେବ । ଏଥିରେ ୨୦ ଜହାର ନିଯୁକ୍ତି ସୃଷ୍ଟି ହେବ । ଟାଇଟନିୟମ, ସ୍ପେଶାଲ ଷ୍ଟିଲ, ଅଟୋ କମ୍ପନେଟ, ଏରୋସ୍ପେଶ, ପ୍ରତିରକ୍ଷା ସାମଗ୍ରୀ ପ୍ରସ୍ତୁତ ହେବ।
ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା। ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗରେ କ୍ୟାବିନେଟ୍ ମୋହର ବାଜିଛି। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି।
-ଜାତୀୟ ଢାଞ୍ଚାରେ ହେବ ରାଜ୍ୟ ସମବାୟ ନୀତି।
-ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨ କୋଟି ମଞ୍ଜୁର
-ମାର୍ଚ୍ଚ ଯାଏଁ ଦୁବାଇ, ସିଙ୍ଗାପୁରକୁ ବିମାନ ଉଡାଣ ଜାରି ରହିବ। ପରବର୍ତ୍ତୀ ସମୟରେ ଏହି ସେବା ଚାଲୁ ରହିବ କି ନାହିଁ ତାହା ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ।
-ମିଳିତ ବୈଷୟିକ ସେବା ନିଯୁକ୍ତି ପରୀକ୍ଷା ନିୟମାବଳୀ-୨୦୨୨ର ସଂଶୋଧନ କରାଯାଇଛି।
-ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗ ନିୟମାବଳୀ-୨୦୨୬ ପ୍ରଣୟନ କରାଯାଇଛି।
