ନୂଆଦିଲ୍ଲା: ୧୦ ରାଜ୍ୟରେ ରାଜ୍ୟସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି । ଆସନ୍ତା ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ । ନିର୍ବାଚନ ନେଇ ପ୍ରେସ୍ନୋଟ୍ ଜାରି କଲେ ଇଲେକ୍ସେନ କମିଶନ ଅଫ୍ ଇଣ୍ଡିଆ । ମହାରାଷ୍ଟ୍ର, ବିହାର, ପଶ୍ଚିମବଙ୍ଗ, ହରିୟାଣା ସମେତ ୧୦ ରାଜ୍ୟରେ ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ । ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ ।
ନିର୍ବାଚନ କାର୍ଯ୍ୟକ୍ରମ- ଫେବୃଆରୀ ୨୬ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ, ୬ରେ ଯାଞ୍ଚ ହେବ ନାମାଙ୍କନ । ମାର୍ଚ୍ଚ ୯ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ । ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ ହେବ । ସେହିଦିନ ଅପରାହ୍ନ ୫ଟାରେ ଭୋଟ୍ ଗଣତି ହେବ । ମାର୍ଚ୍ଚ ୨୦ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ଶେଷ ହେବ । ଓଡ଼ିଶାର ୪ ଆସନ ହେବ ଖାଲି- ଓଡ଼ିଶାର ୪ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଏପ୍ରିଲ ୨ରେ ସରୁଛି । ମମତା ମହାନ୍ତ, ମୁନ୍ନା ଖାନ୍, ସୁଜିତ୍ କୁମାର, ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଶେଷ ହେବ ।
