ଭୁବନେଶ୍ୱର : ରାଜ୍ୟ ବଜେଟ୍ ୨୦୨୬-୨୭ ଉପସ୍ଥାପିତ। ମୋଟ ୩ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି । ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ବ୍ୟବସ୍ଥା ହୋଇଛି। ପଞ୍ଚାୟତିରାଜ ବିଭାଗ ପାଇଁ ୩୪ ହଜାର ୧୧୪.୧୪ କୋଟି ଏବଂ ୧୦୦ଟି ମଡେଲ ମଣ୍ଡି ପାଇଁ ବ୍ୟବସ୍ଥା ହୋଇଛି।
ଆହୁରି ମଧ୍ୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ପାଇଁ ୧ ହଜାର କୋଟି , ଶ୍ରୀଜଗନ୍ନାଥ ମନ୍ଦିର ପାଇଁ ‘ସମର୍ପଣ’ ନାଁରେ ଅନଲାଇନ୍ ଡିଜିଟାଲ ହୁଣ୍ଡି , ରତ୍ନଭଣ୍ଡାର ଗଣତିମଣତି ପାଇଁ ୫ କୋଟି ଟଙ୍କା ପ୍ରସ୍ତାବ ହୋଇଛି। ବଜେଟରେ VB-G RAM G ପାଇଁ ୫୫୭୫ କୋଟି ଟଙ୍କା , ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା ପାଇଁ ୬୩୫ କୋଟି -୧୦୦ ସ୍ମାର୍ଟ ଫାର୍ମ ମାର୍କେଟ (ମଡେଲ୍ ମଣ୍ଡି) ପାଇଁ ୧୦୦ କୋଟି ,ବିଶ୍ବର ବୃହତ ଶସ୍ୟ ଷ୍ଟୋରେଜ୍ ଯୋଜନା ପାଇଁ ୨୪୦ କୋଟି , ରେୟାର ଆର୍ଥ କରିଡର୍ ପାଇଁ ୧୦ କୋଟି ଟଙ୍କା ,ରାଜ୍ୟ AI ମିଶନ ପାଇଁ ୨୩ କୋଟି ଓ ଟୁରିଜିମ୍ ଲ୍ୟାଣ୍ଡ ବ୍ୟାଙ୍କ ସ୍କିମ୍ ବାବଦକୁ ୧୫୦ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି।
