ପୁରୀ, ୨୫।୩ : ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ଚାଲେଞ୍ଜ। ଶ୍ରୀମନ୍ଦିର ଉପରେ ପୁଣି ଉଡିଲା ଡ୍ରୋନ୍। ଗୋଟିଏ ନୁହେଁ ଦୁଇଟି ଡ୍ରୋନ୍ ନୀଳଚକ୍ର ଉପରେ ଉଡୁଥିବା ଦେଖିବାକୁ ମିଳିଛି। ଏହି ସମୟରେ ପତିତପାବନ ବାନା ପରିବର୍ତ୍ତନ କରାଯାଉଥିଲା। ବେଧଡ଼କ ଦୁଇଟି ଡ୍ରୋନ ଉଡ଼ୁଥିବା ବେଳେ ସିଂହଦ୍ଵାର ସମ୍ମୁଖରେ ମୁତୟନ ପୋଲିସ ଅଧିକାରୀ ଓ କର୍ମଚାରୀ ଅସହାୟ ହୋଇ ଛିଡ଼ା ହୋଇଥିବା ଦେଖିବାକୁ ମିଳିଥିଲା। ଏହି ଘଟଣାରେ ସିଂହଦ୍ବାର ପୁଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
